ରାଜ୍ୟରେ ପ୍ରବଳ ବର୍ଷା ଜାରି

ଭୁବନେଶ୍ୱର : ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ମୌସୁମିକର ନିମ୍ନ ଚାପରେଖା ସକ୍ରିୟ ରହିଥିବା ବେଳେ ବିହାର ଏବଂ ତାହାର ପାଖାପାଖି ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଉତ୍ତର ଏବଂ ଉପକୂଳ ଓଡ଼ିଶାର ୬ଟି ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି ।