ରାଜ୍ୟରେ ପ୍ରବଳ ବର୍ଷା ଜାରି

ଭୁବନେଶ୍ୱର : ଉତ୍ତର-ପୂର୍ବ, ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ଯୋଗୁ ରାଜ୍ୟରେ ଆଜି ସକାଳେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଏହି ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୧୨ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି ।