ଆଜିଠୁ ୪ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ପୁଣି ସକ୍ରିୟ ହେଉଛି ପାଣିପାଗ । କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ଼, ଢେଙ୍କାନାଳ, ସୋନପୁର, ଅନୁଗୁଳ, ବଲାଙ୍ଗୀର, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ଓ ବଜ୍ରପାତ ହୋଇପାରେ ।