ଆଜି ୧୦ ଜିଲ୍ଲାରେ ‍ପ୍ରବଳ ବର୍ଷା ସମ୍ଭାବନା

ରାଜ୍ୟରେ ବର୍ଷା ପବନ ଓ ଘଡ଼ଘଡ଼ି ହେବାର….

ଭୁବେନେଶ୍ଵର : ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ଆଜି ଭୋରରୁ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ପବନ ହୋଇଥିଲା। ପଶ୍ଚିମା ଝଡ଼ ପ୍ରଭାବ ରାଜ୍ୟ ଆଉ ୨ଦିନ ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବନୁମାନ କରାଯାଇଛି।

ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ପଶ୍ଚିମା ଝଡ଼ ପ୍ରଭାବରେ ଆଜି ରାଜ୍ୟରେ ବର୍ଷା ପବନ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏଥିପାଇଁ ୧୦ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଯାଜପୁର, ଭଦ୍ରକ, ବାଲେଶ୍ୱର, ଗଜପତି, ଗଞ୍ଜାମ ଓ କନ୍ଧମାଳ ।