ରାଜ୍ୟର ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟର ଏକାଧିକ ଜିଲ୍ଲାରେ ବିଜୁଳି ଘଡ଼ଘଡି ସହ ବର୍ଷା ହେବାର ସମ୍ଭବାନ ରହିଛି। ବିଶେଷକରି ୫ ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଏହାର ସମ୍ଭାବନା ରହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।