ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୁର୍ଣ୍ଣିବଳୟ । ଏହାର ପ୍ରଭାବରେ ଆଗାମୀ ୭୨ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଆଗାମୀ ୩ ଦିନ ଧରି ରାଜ୍ୟର କେତେକ ଜିଲ୍ଲାରେ ଏହାର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ।