ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ରାଜ୍ୟରେ ଜାରି ରହିଛି ବର୍ଷା । ମେଘୁଆ ପାଗ ସାଙ୍ଗକୁ ତୁହାକୁ ତୁହା ଲାଗି ରହିଛି ବର୍ଷା। ଆଜି ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, ଆଜି ଅନୁଗୋଳ, ବୌଦ୍ଧ, ନୟାଗଡ଼, ଢେଙ୍କାନାଳ ଓ କଟକ ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ସୁନ୍ଦରଗଡ଼, ଦେବଗଡ଼, ସମ୍ୱଲପୁର, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ନବରଙ୍ଗପୁର,କୋରାପୁଟ, ମାଲକାନଗିରି, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ।