ଭୁବନେଶ୍ୱର : ରାଜ୍ୟରେ ମୌସୁମୀ ଦୁର୍ବଳ ହେଉଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୧.୧ ମିମି ବର୍ଷା ହେଉଥିବାର ରେକର୍ଡ କରାଯାଇଛି । ବର୍ଷା ୧.୧ ମିମି ତୁଳନାରେ ୯୦% କମ୍ । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରର କେନ୍ଦ୍ର ଭାଗରେ ଥିବା ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ରହିଛି ।
ଏହି ଘୂର୍ଣ୍ଣିବଳୟର ପ୍ରଭାବ ମଙ୍ଗଳବାର ରାଜ୍ୟର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ରରୁ ପୂର୍ବାନୁମାନ କରି କୁହାଯାଇଛି ।