ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଜି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ସମୁଦ୍ର ମଧ୍ୟସ୍ଥ ବାୟୁମଣ୍ଡଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଅନ୍ୟପକ୍ଷରେ ୩ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।