ଜୁନ୍ ୧୭ରୁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ମୌସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ ରହିଥିବାରୁ ଆଗକୁ ସାରା ଓଡ଼ିଶାକୁ ମୌସୁମୀ ଛୁଇଁବା ସହ ବର୍ଷା ହେବ ବୋଲି ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଓଡ଼ିଶାର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି । କଳାହାଣ୍ଡି, କନ୍ଧମାଳ, ନୟାଗଡ଼ ସମେତ ଗଞ୍ଜାମ ଗଜପତି ଏବଂ ରାୟଗଡ଼ା ଇତ୍ୟାଦି ଜିଲ୍ଲାରେ ବର୍ଷାର ପରିମାଣ ବୃଦ୍ଧି ହୋଇପାରେ ବୋଲି ଆଶଙ୍କ କରାଯାଉଛି । ଏହି ସମୟ ମଧ୍ୟରେ ରାଜ୍ୟରେ ପ୍ରାୟ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ର୍ବୋ ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।