୨୧ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ

ଲଘୁଚାପ ପ୍ରଭାବରେ ୨୦, ୨୧ ଓ ୨ ତାରିଖରେ ସମୁଦ୍ର ଅଶାନ୍ତ ରହିବ……

ଭୁବନେଶ୍ୱର : ବଙ୍ଗୋପ ସାଗରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆଜି ସକାଳୁ ବର୍ଷା ଆରମ୍ଭ ହୋଇଯାଇଛି । କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ କଟକ ଜିଲ୍ଲାର କିଛି ଅଞ୍ଚଳରେ ବର୍ଷା ଚାଲିଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ପୂର୍ବକେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ୨୦ ତାରିଖ ବେଳକୁ ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।

ଲଘୁଚାପ ପ୍ରଭାବରେ ରାଜ୍ୟରେ ୨୦ ଓ ୨୧ ତାରିଖରେ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି । ଲଘୁଚାପ ପ୍ରଭାବରେ ୨୦, ୨୧ ଓ ୨ ତାରିଖରେ ସମୁଦ୍ର ଅଶାନ୍ତ ରହିବ । ତେଣୁ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ କୁହାଯାଇଛି ।