୩ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର(ଏସ୍ ନ୍ୟୁଜ): ରାଜ୍ୟରେ ଆଗାମୀ ୩ ଦିନ ମଧ୍ୟରେ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଜିଲ୍ଲାଗୁଡ଼ିକ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼, ଗଜପତି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ପୁରୀ, ନୟାଗଡ଼, ବୌଦ୍ଧ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା ଓ ନୂଆପଡ଼ା ରହିଛି ।

ଆସନ୍ତାକାଲି ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ଅଛି । ଦକ୍ଷିଣ ଓ ପଶ୍ଚିମ ଅଞ୍ଚଳରେ ଏହାର ପ୍ରଭାବ ଅଧିକ ରହିବ । ଏହାକୁ ନେଇ ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୪ଜିଲ୍ଲା ଗୁଡ଼ିକ ହେଲା ମାଲକାନଗିରି, ଗଜପତି, କୋରାପୁଟ ଓ ନବରଙ୍ଗପୁର। ଏନେଇ ପ୍ରସ୍ତୁତ ରହିବାକୁ ସ୍ୱତନ୍ତ୍ର ରିଲିଫ୍ କମିସନର ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ କରିଛନ୍ତି ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼, ଗଜପତି ଓ ନବରଙ୍ଗପୁର ଜିଲ୍ଲାରେ ମଧ୍ୟ ଘଡ଼ଘଡ଼ି ସହ ପ୍ରବଳରୁ ଅତିପ୍ରବଳ ବ‌ର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଦ୍ବିତୀୟ ଦିନରେ କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ପୁରୀ, ନୟାଗଡ଼, ବୌଦ୍ଧ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ଖୋର୍ଦ୍ଧା ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ତୃତୀୟ ଦିନରେ ରାୟଗଡ଼, କଳାହାଣ୍ଡି, ଗଜପତି ଓ ନୂଆପଡ଼ା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ ହେବାର ପୂର୍ବାନୁମାନ ହୋଇଛି। ଏହି ସବୁ ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।