ଭୁବନେଶ୍ୱର,(ଏସ୍ ନ୍ୟୁଜ) ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କଟକ, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଖୋର୍ଧା, ପୁରୀ, କୋରାପୁଟ, ମାଲକାନଗିରି, ବାଲେଶ୍ବର, କନ୍ଧମାଳ, ଯାଜପୁର, ମୟୁରଭଞ୍ଜ ଓ ସୁନ୍ଦରଗଡ଼ ଆଦି ରହିଛି।
ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ଢ଼େଙ୍କାନାଳ, ରାୟଗଡ଼ା, କନ୍ଧମାଳ, ବୌଦ୍ଧ ଓ ଅନୁଗୁଳ ରହିଛି। ଏସବୁ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।