ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି । ଏହି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଜାରି ରହିଛି ବର୍ଷା, ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷାର ବିତ୍ପାତ । ଏନେଇ ରାଜ୍ୟର ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗ । ଏହି ଜିଲ୍ଲା ଗୁଡ଼ିକ ମଧ୍ୟରେ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ ଏବଂ ନୟାଗଡ଼ ରହିଛି ।ସେହିଭଳି ୬ଟି ଜିଲ୍ଲା ଯଥା-: ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଯାଜପୁର ଏବଂ ଭଦ୍ରକକୁ ଅରେଞ୍ଜ ୱାର୍ଣ୍ଣିଂ ସହ କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ୱର ଭଳି ୮ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କ କରାଇଛି ପାଣିପାଗ ବିଭାଗ ।ସେହିପରି ଗତକାଲି ବିଳମ୍ବିତ ରାତିରୁ ଟ୍ୱିନସିଟିରେ ବର୍ଷା ଲାଗି ରହିଥିବାବେଳେ ଏବେ ଆଉ ଏକ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଭୁବନେଶ୍ୱର ଓ କଟକ ସହରରେ ଲାଗି ରହିଥିବା ଲଗାଣ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ଝଡ଼ି ବର୍ଷା ନେଇ ଟ୍ୱିନସିଟିକୁ ସତର୍କ କରାଇଲା ପାଣିପାଗ କେନ୍ଦ୍ର । ତଳିଆ ଅଞ୍ଚଳରେ ବର୍ଷା ପାଣି ଜମିବାର ସମ୍ଭାବନା ରହିଛି ।