ଛାଡୁନି ବର୍ଷା: ଭୟ ବଢାଇଲା ବନ୍ୟା ଚିନ୍ତା

ତଳିଆ ଅଞ୍ଚଳରେ ବନ୍ୟା ଭଢାଇଛି…

ଭୁବନେଶ୍ୱର,(ସାକ୍‌ସୀ ନ୍ୟୁଜ୍‌): ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି । ଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ୧୫ ତାରିଖ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ । ପ୍ରବଳ ବର୍ଷା ପ୍ରଭାବରେ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ, ଅକସ୍ମାତ ବନ୍ୟା, ତଳିଆ ଅଞ୍ଚଳରେ ପାଣି ଜମିବା ଭଳି ସ୍ଥିତି ଉପୁଜିପାରେ ।

ସେହିପରି ତଳିଆ ଅଞ୍ଚଳରେ ବନ୍ୟା ଭଢାଇଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ଏଥିପାଇଁ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।