ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଏହାସହ ଉପକୂଳ ଓଡ଼ିଶାରେ ମଧ୍ୟ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି….

ଭୁବନେଶ୍ୱର : ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିବା ସହ ଆନ୍ଧ୍ର ଉପକୂଳ ଓ ଏହାର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ମଧ୍ୟ ସକ୍ରିୟ ରହିଛି । ଫଳରେ ରାଜ୍ୟରେ ଲଗାଣ ବର୍ଷା ଲାଗି ରହିଛି । ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି । ସେ କହିଛନ୍ତି ଘୂର୍ଣ୍ଣିବଳୟ ସକ୍ରିୟ ଯୋଗୁଁ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ଲାଗି ରହିଛି ।

ଦକ୍ଷିଣ-ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ମଧ୍ୟ ରହିଛି । ଏହାସହ ଉପକୂଳ ଓଡ଼ିଶାରେ ମଧ୍ୟ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ରାଜ୍ୟରେ ୯ତାରିଖ ଯାଏଁ ବର୍ଷା ଲାଗି ରହିଲେ ମଧ୍ୟ କେତେକ ଜିଲ୍ଲାରେ ବିସ୍ତୃତି ବର୍ଷା କମ୍ ରହିବ ।