ରାଜ୍ୟରେ ଦୁଇ ଦିନ ଧରି ପ୍ରବଳ ଝଡ଼ ବର୍ଷା

ରାଜ୍ୟରେ ଆସନ୍ତା ଦୁଇଦିନ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ଅନୁଭୂତ ହେବ । ୨୫ ଓ ୨୬ ତାରିଖରେ ଉତ୍ତର ଓଡ଼ିଶା….

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ଦୁଇଦିନ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ଅନୁଭୂତ ହେବ । ୨୫ ଓ ୨୬ ତାରିଖରେ ଉତ୍ତର ଓଡ଼ିଶା ସହ ଦକ୍ଷିଣ ଉପୂକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ପ୍ରବଳ ବର୍ଷା ହେବ । ଅନେକ ଜିଲ୍ଲାରେ ଘଡ଼ଘଡ଼ି ସହ ପାଖାପାଖି ୪୦ କିମି ବେଗରେ ପବନ ବହିବ । ତେଣୁ ୬ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସମ୍ଭାବ୍ୟ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

ରାଜ୍ୟରେ ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା ସମ୍ଭାବନା ରହିଛି । ବରଗଡ଼, ସମ୍ବଲପୁର, କେନ୍ଦୁଝର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଯାଜପୁର, ଜଗତସିଂହପୁର, କଟକ, ଅନୁଗୁଳ, ଢେଙ୍କାନାଳ, ଦେବଗଡ଼ ଆଦି ଜିଲ୍ଲାମାନଙ୍କରେ ଝଡ଼ବର୍ଷା ହେବାର ଅନୁମାନ କରାଯାଉଛି । ସେହିପରି ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଆଦି ଜିଲ୍ଲାରେ ଝଡ଼ ବର୍ଷା ହୋଇପାରେ ।

ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବାରୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଆଜି ଉତ୍ତର ଓଡ଼ିଶା, ଉପକୂଳ ସହ ଦକ୍ଷିଣ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । କଟକ, ଯାଜପୁର, କେନ୍ଦୁଝର ଓ ଢେଙ୍କାନାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।