ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି; ପଶ୍ଚିମ ଓଡ଼ିଶାରେ ୪୦ ଡିଗ୍ରୀ ଉପରେ ତାପମାତ୍ର

ଭୁବନେଶ୍ୱର: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପଶ୍ଚିମ ଓଡ଼ିଶାର ଅଧିକାଂଶ ଅଂଚଳରେ ତାପମାତ୍ରା ୪୦ଡିଗ୍ରୀ ଉପରେ ଥିବା ରେକର୍ଡ କରାଯାଇଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଏହାକୁ ନେଇ ସତର୍କ ରହିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିବେଦନ କରାଯାଇଛି ।

ଅନ୍ୟପଟେ ମାଲକାନଗିରି ଜିଲ୍ଲାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଗ୍ରୀଷ୍ମପ୍ରବାହ ଏବଂ ସମ୍ଭାବ୍ୟ ଗ୍ରୀଷ୍ମକାଳୀନ ବାତ୍ୟା ପରିସ୍ଥିତିର ମୁକାବିଲାକୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଛି । ଅନ୍ୟପକ୍ଷରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ଜଗତ୍‍ସିଂହପୁର, କେନ୍ଦ୍ରାପଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।