୨୭ ତାରିଖ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୬-୨୭ ତାରିଖରେ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶାର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସତର୍କ କରାଇଦେଇଛି । ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ାକୁ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ, ଏନେଇ ସତର୍କ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର । ସେହିପରି ୨୬ ତାରିଖ ରାତି ୮ଟା ୩୦ରୁ ୨୭ ତାରିଖ ୮ଟା ୩୦ ପର୍ଯ୍ୟନ୍ତ ବାଲେଶ୍ୱର,ଭଦ୍ରକ ଏବଂ ମୟୂରଭଞ୍ଜକୁ ମଧ୍ୟ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି ।