ଭୁବନେଶ୍ୱର,(ଏସ୍ ନ୍ୟୁଜ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। କୋରାପୁଟ, ମାଲକାନଗିରି, ଗଜପତି, ନବରଙ୍ଗପୁର, ରାୟଗଡ଼ା ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ସେହିପରି ଗଞ୍ଜାମ, ପୁରୀ, ଖୋର୍ଧା, ମୟୂରଭଞ୍ଜ, ବାଲେଶ୍ବର, କେନ୍ଦୁଝର, କଟକ, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ଏଥିସହିତ ୧୭ରୁ ୧୯ ତାରିଖ ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନାକୁ ଦେଖି ଅନେକ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।