ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି । ଉତ୍ତର ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳ ମୁହାଁଇବ । ଆଗାମୀ ୨ ଦିନ ଯାଏ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆକଳନ କରାଯାଇଛି ।