ଦିନକରେ ମଲେ ୧୪ କରୋନା ରୋଗୀ

ଭୁବନେଶ୍ୱର(ଏସ୍ ନ୍ୟୁଜ): ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୪ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୭୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୪ ମୃତକଙ୍କ ମଧ୍ୟରୁ ବାଲେଶ୍ବର, କଟକ, ଜଗତସିଂହପୁର, ଖୋର୍ଦ୍ଧା, ମାଲକାନଗିରି ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ବରଗଡ଼, ଯାଜପୁର, ପୁରୀ, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୯୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୯୫୭୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୬୭୮୨୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୬୭୦୯୧୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।