ବନ୍ୟା ପାଈଁ ଏସଆରସିଙ୍କ ଗୁରୁତ୍ୱପୂର୍ଣ୍ଣ ସୂଚନା

ରାଜ୍ୟରେ ଲଗାଣ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ଉପୁଜିଛି । ସମ୍ଭାବ୍ୟ ବନ୍ୟା ସମ୍ପର୍କରେ ଏସଆରସି ପ୍ରଦୀପ ଜେନା ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି । ଛତିଶଗଡ଼ରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ହୀରାକୁଦରେ ୫.୨୦ ଲକ୍ଷ କ୍ୟୁସେକ୍ ଜଳ ପଶୁଥିବା ବେଳେ ୪.୮୦ କ୍ୟୁସେକ୍ ଜଳ ବାହାରୁଛି ।

ହୀରାକୁଦରୁ ଆସୁଥିବା ଜଳ ଶନିବାର ସକାଳ ସୁଦ୍ଧା ମୁଣ୍ଡଳିରେ ବଢ଼ିବ । ଶନିବାର ସକଳାରୁ ମଧ୍ୟାହ୍ନ ଭିତରେ ୮ ଲକ୍ଷ କ୍ୟୁସେକ୍ ଜଳ ପାସ୍ କରିବ ବୋଲି କହିଛନ୍ତି ଏସଆରସି । ଏହା ସହିତ ମୁଣ୍ଡଳିରେ ମଧ୍ୟାହ୍ନରେ ଗଲେ ରାତି ସୁଦ୍ଧା ତଳିଆ ଅଞ୍ଚଳରେ ବନ୍ୟାପାଣି ପହଞ୍ଚିବ । ଶନିବାର ସନ୍ଧ୍ୟାରେ ୪ ଜିଲ୍ଲାରେ ବନ୍ୟା ଆଶଙ୍କା ରହିଛି । କେନ୍ଦ୍ରାପଡ଼ା, ପୁରୀ, ଜଗତସିଂହପୁର ଓ କଟକ ଆଦି ଜିଲ୍ଲାରେ ଶନିବାର ରାତିରେ ଜଳ ପାସ୍ କରିବ । ଶନିବାର ରାତିରେ ଏକ ଛୋଟ/ମଧ୍ୟମ ଧରଣର ବନ୍ୟା ପାସ୍ କରିବ । ୬ଟି ଜିଲ୍ଲାରେ ୩୦ ଟିମ୍ ଓଡ୍ରାଫ୍, ୧୨ ଟିମ୍ ଏନଡିଆରଏଫ୍ ଓ ଅଗ୍ନିଶମର ୧୦ ଟିମ ମୁତୟନ କରାଯିବ ।