୨୦୨୦ରେ ରାଜ୍ୟରେ ପଞ୍ଜିକୃତ ହୋଇଛି ୧ଲକ୍ଷ ୩୪ହଜାର ୨୪୩ ଅପରାଧିକ ମାମଲା

ଭୁବନେଶ୍ୱର,(ଏସ୍‌ ନ୍ୟୁଜ): ବିଧାନସଭା ମୌସୁମୀ ଅଧିବେଶନର ପଞ୍ଚମ ଦିନରେ ଗୃହକାର୍ଯ୍ୟ ସ୍ବାଭାବିକ ଚାଲିଛି । ଗୃହରେ ବିଧାୟକ ଗଣେଶ ରାମ ଖୁଣ୍ଟିଆଙ୍କ ପ୍ରଶ୍ନର ଗୃହ ରାଷ୍ଟ୍ର ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର ଉତ୍ତର ରଖିଛନ୍ତି । ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ଅପରାଧିକ ମାମଲା ବଢୁଛି । ୨୦୧୯-୨୦ ବର୍ଷରେ କେତେ ଅପରାଧିକ ମାମଲା ପଞ୍ଜିକୃତ ହୋଇଛି ତାହାର ହିସାବ ଦେଇଛନ୍ତି । ୨୦୧୯ରେ ୧ ଲକ୍ଷ ୨୧ ହଜାର ୫୨୫ ହଜାର ମାମଲା ପଞ୍ଜିକୃତ ହୋଇଥିବା ବେଳେ ୨୦୨୦ରେ ୧ ଲକ୍ଷ ୩୪ ହଜାର ୨୪୩ ମାମଲା ପଞ୍ଜିକୃତ ହୋଇଛି ।