ନୂଆଦିଲ୍ଲୀ,(ଏସ୍ ନ୍ୟୁଜ): ଗତ ୨୪ ଘଣ୍ଟା ମଧ୍ୟରେ ୧୭,୯୨୧ ଜଣ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ସମୁଦାୟ ସଂକ୍ରମଣ ସଂଖ୍ୟା ୧୧.୨୬ ନିୟୁତରେ ପହଞ୍ଚିଛି। ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୭,୯୨୧ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୩୩ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୨,୬୨,୭୦୭ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୧୩୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୮,୦୬୩ରେ ପହଞ୍ଚିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ସୂଚନା ଦିଆଯାଇଛି