୨୪ ଘଣ୍ଟାରେ ୮୫୯ ନୂଆ ଆକ୍ରାନ୍ତ ଚିହ୍ନଟ, ୨୦ ମୃତ

ଭୁବନେଶ୍ୱର :  ରାଜ୍ୟରେ ତଳକୁ ଖସିଲା ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେ ରାଜ୍ୟରେ ୮ଶହ ୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ମୋଟ ପଜିଟିଭ ରେଟ୍‌ ରହିଛି ୧.୪୫ ପ୍ରତିଶତ । ଖୋର୍ଦ୍ଧାରୁ ସର୍ବାଧିକ ୧୦୫ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪୪ଜଣ, ବାଲେଶ୍ୱର ଜିଲ୍ଲାରୁ ୨୨ଜଣ, ବରଗଡ଼ ଜିଲ୍ଲାରୁ ୧୩ଜଣ, ଭଦ୍ରକ ଜିଲ୍ଲାରୁ ୧୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ୨୩ଜଣ, କଟକ ଜିଲ୍ଲାରୁ ୫୨ଜଣ, ଦେଓଗଡ଼ ଜିଲ୍ଲାରୁ ୧୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୫ଜଣ, ଗଜପତି ଜିଲ୍ଲାରୁ ୩୮ଜଣ, ଗଞ୍ଜାମ ଜିଲ୍ଲାରୁ ୨୬ଜଣ, ଜଗତସିଂହପୁର ଜିଲ୍ଲାରୁ ୫୦ଜଣ, ଯାଜପୁର ଜିଲ୍ଲାରୁ ୪୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୪ଜଣ, କଳାହାଣ୍ଡି ଜିଲ୍ଲାରୁ ୧୦ଜଣ, କନ୍ଧମାଳ ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୪ଜଣ, କେନ୍ଦୁଝର ଜିଲ୍ଲାରୁ ୨୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫୯ଜଣ, କୋରାପୁଟ ଜିଲ୍ଲାରୁ ୪୬ଜଣ, ମାଲକାନାଗିରି ଜିଲ୍ଲାରୁ ୩୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ୨୧ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୧୩ଜଣ, ରାୟଗଡ଼ା ଜିଲ୍ଲାରୁ ୧୮ଜଣ, ସମ୍ବଲପୁର ଜିଲ୍ଲାରୁ ୨୯ଜଣ, ସୋନପୁର ଜିଲ୍ଲାରୁ ୧୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୮ଜଣ, ଷ୍ଟେଟ ପୁଲ୍‌ରୁ ୨୪ଜଣ ରହିଛନ୍ତି ।

ଆଜି ଆଉ ୨୦ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ୨୪ ଘଣ୍ଟାରେ ୫୯ ହଜାର ୯୨ ନମୁନା ପରୀକ୍ଷା ହୋଇଛି । ମୋଟ ଆକ୍ଟିଭ୍‌ କେସ୍‌ ରହିଛି ୧୧ ହଜାର ୩୨୪ । ରାଜ୍ୟରେ ମୋଟ ପଜିଟିଭ ସଂଖ୍ୟା ୧୨ ଲକ୍ଷ ୭୮ ହଜାର ୧୨୧କୁ ବୃଦ୍ଧି ପାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୭୯୦୪୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୨୭୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୫୯୭୯୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୫୩୩୬୪୬ସାମ୍ପୁଲ ଟେଷ୍ଟ୍ ହୋଇଛି ।