୨୪ ଘଣ୍ଟା ମଧ୍ୟରେ ଦେଶରେ ୪୧,୬୪୯ ନୂଆ କୋଭିଡ୍‌ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୧ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୫ ଶହରୁ ଅଧିକ ରହିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୧,୬୪୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୫୯୩ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୧୬,୧୩,୯୯୩ ଓ ମୃତ୍ୟୁସଂଖ୍ୟା ୪,୨୩,୮୧୦ରେ ପହଞ୍ଚିଛି। ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୭,୨୯୧ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୦୭,୮୧,୨୬୩ରେ ପହଞ୍ଚିଛି।