୨୪ ଘଣ୍ଟାରେ ୧୧୪୮ ପଜିଟିଭ୍ ଚିହ୍ନଟ, ୨୨ ମୃତ

ଖସୁଛି କରୋନା ସଂକ୍ରମଣ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧୀରେ ହ୍ରାସ ହେବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ୧୧୪୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୭୨୬୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି ।

ଆକ୍ରାନ୍ତଙ୍କ ମଧ୍ୟରୁ ୬୬୯ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୪୭୯ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ୧୮ ବର୍ଷରୁ କମ ବୟସର ରହିଛନ୍ତି ୨୪୪ ଜଣ ।

ଅନୁଗୁଳ ଜିଲ୍ଲାରୁ ୯୪ଜଣ, ବାଲେଶ୍ୱର ଜିଲ୍ଲାରୁ ୩୪ଜଣ, ବରଗଡ଼ ଜିଲ୍ଲାରୁ ୧୨ଜଣ, ଭଦ୍ରକ ଜିଲ୍ଲାରୁ ୧୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ଜଣ, ବୌଦ୍ଧ ଜିଲ୍ଲାରୁ ୨୫ଜଣ, କଟକ ଜିଲ୍ଲାରୁ ୬୫ଜଣ, ଦେଓଗଡ଼ ଜିଲ୍ଲାରୁ ୨୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୭ଜଣ, ଗଜପତି ଜିଲ୍ଲାରୁ ୪୩ଜଣ, ଗଞ୍ଜାମ ଜିଲ୍ଲାରୁ ୧୩ଜଣ, ଜଗତସିଂହପୁର ଜିଲ୍ଲାରୁ ୨୬ଜଣ, ଯାଜପୁର ଜିଲ୍ଲାରୁ ୩୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୩ଜଣ, କଳାହାଣ୍ଡି ଜିଲ୍ଲାରୁ ୩୫ଜଣ, କନ୍ଧମାଳ ଜିଲ୍ଲାରୁ ୩୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୭ଜଣ, କେନ୍ଦୁଝର ଜିଲ୍ଲାରୁ ୨୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫୩ଜଣ, କୋରାପୁଟ ଜିଲ୍ଲାରୁ ୫୬ଜଣ, ମାଲକାନଗିରି ଜିଲ୍ଲାରୁ ୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୮ଜଣ, ନୟାଗଡ଼ ଜିଲ୍ଲାରୁ ୨୫ଜଣ, ନୂଆପଡ଼ା ଜିଲ୍ଲାରୁ ୨୬ଜଣ, ପୁରୀ ଜିଲ୍ଲାରୁ ୧୯ଜଣ, ରାୟଗଡ଼ା ଜିଲ୍ଲାରୁ ୪୪ଜଣ, ସମ୍ବଲପୁର ଜିଲ୍ଲାରୁ ୪୬ଜଣ, ସୋନପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨୭ଜଣ, ଷ୍ଟେଟ ପୁଲ୍‌ରୁ ୩୨ଜଣ ରହିଛନ୍ତି ।

ସୂଚନା ଅନୁସାରେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୭୭୨୬୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୩୩୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୫୫୯୯୫ଜଣ ସୁସ୍ଥ ହୋଇଛନ୍ତି ।

ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାରେ ୨୨ ଜଣ ଙ୍କ ମୁଣ୍ଡ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୮୮୪କୁ ବୃଦ୍ଧି ପାଇଛି ।

ମୃତକଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୮ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ସୁନ୍ଦରଗଡରୁ ୪, ଗଞ୍ଜାମରୁ ୩ ଜଣ ରହିଛନ୍ତି । ଏହାସହିତ ନବରଙ୍ଗପୁର, କେନ୍ଦୁଝର, କେନ୍ଦ୍ରାପଡା, ଜଗତସିଂହପୁର, ଅନୁଗୁଳ ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ରହିଛନ୍ତି ।

ସୂଚନା ଅନୁସାରେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୭୭୨୬୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୩୩୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୫୫୯୯୫ଜଣ ସୁସ୍ଥ ହୋଇଛନ୍ତି ।