ଖୋର୍ଦ୍ଧା ଜିଲ୍ଲାରେ ୨ ଦିନ ପାଇଁ ସବୁ ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର:  ଖୋର୍ଦ୍ଧା ଜିଲ୍ଲାରେ ସବୁ ଶିକ୍ଷାନୁଷ୍ଠାନ ୨ ଦିନ ପାଇଁ ଛୁଟି ରହିବ । ପୌର ନିର୍ବାଚନ ପାଇଁ ଆଜି ଓ ଆସନ୍ତାକାଲି ଖୋର୍ଦ୍ଧା ଜିଲ୍ଲାରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ । ୨ ଦିନ ଶିକ୍ଷାନୁଷ୍ଠାନ ବନ୍ଦ ନେଇ ଖୋର୍ଦ୍ଧା ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।

ତେବେ ପୌର ନିର୍ବାଚନ ପାଇଁ ପ୍ରଚାର ଶେଷ ହୋଇଛି । ଆସନ୍ତା ଗୁରୁବାର ଦିନ ଭୋଟଗ୍ରହଣ ପାଇଁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ତେବେ ପ୍ରଥମଥର ପାଇଁ ସିଧାସଳଖ ମେୟର ଓ ଅଧ୍ୟକ୍ଷ ନିର୍ବାଚନ ହେବ ।