ତାତିରେ କଲବଲ ହେଉଛି ସାରାରାଜ୍ୟ

ଭୁବନେଶ୍ୱର : ରାଜ୍ୟରେ ସବୁଠୁ ଅଧିକ ତାପମାତ୍ରା ମାଲକାନଗିରିରେ ୪୧.୭ଡିଗ୍ରୀ ରେକର୍ଡ ହୋଇଛି। ରାଜ୍ୟକୁ ପଶ୍ଚିମା ଗରମ ବାୟୁ ପ୍ରବାହିତ ହେଉଛି। ଅପରାହ୍ଣ ୨ଟା ପର୍ଯ୍ୟନ୍ତ ଏହି ବାୟୁ ପ୍ରବାହ ଯୋଗୁଁ ସମୁଦ୍ର ମଧ୍ୟରୁ ପବନ ଆସୁନାହିଁ। ଫଳରେ ଦିନ ତାପମାତ୍ରା ବୃଦ୍ଧି ପାଉଛି। ପାଣିପାଗ ବିଭାଗର ପୂର୍ବାନୁମାନ ଆଗାମୀ ୪ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।

ରାଜ୍ୟରେ ଉଷ୍ମ-ଆର୍ଦ୍ର ପାଣିପାଗ, ଗ୍ରୀଷ୍ମ ପ୍ରବାହ ତଥା ଉଷ୍ମ ରାତି ପରିସ୍ଥିତି ଲାଗି ରହିବ । ୪ରୁ ୬ ତାରିଖ ମଧ୍ୟରେ ରାଜ୍ୟରେ କିଛି ସ୍ଥାନରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାତି ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ସେପଟେ ଲଗାତାର ଦ୍ୱିତୀୟ ଦିନ ପାଇଁ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବା ସହ ତାପମାତ୍ରା ରେକର୍ଡ ଭାଙ୍ଗିଛି ।