୨୪ ଘଣ୍ଟାରେ ରାଜ୍ୟରେ ୨୬୩ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୫୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୧୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୪୪ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ୨୬୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୫୩ ଓ ସ୍ଥାନୀୟ ଅଞ୍ଚଳରୁ ୧୧୦ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୪୪ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୪ ହଜାର ୯୬୨ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୩୩ ହଜାର ୬୫୨ ରହିଥିବା ବେଳେ ୨ ହଜାର ୮୮୪ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୭ ଜଣ, ଭଦ୍ରକରୁ ୨ ଜଣ, ବଲାଙ୍ଗୀରରୁ ୨ ଜଣ, କଟକରୁ ୨୧ ଜଣ, ଦେବଗଡ଼ରୁ ୭ ଜଣ, ଢେଙ୍କାନାଳରୁ ୧୦ ଜଣ, ଗଜପତିରୁ ୯ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୧୦ ଜଣ, ଝାରସୁଗୁଡ଼ାରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ୨ ଜଣ, କୋରାପୁଟରୁ ୧ ଜଣ, ମୟୂରଭଞ୍ଜରୁ ୪ ଜଣ, ନବରଙ୍ଗପୁରରୁ ୨ ଜଣ, ପୁରୀରୁ ୭ ଜଣ, ସମ୍ୱଲପୁରରୁ ୬ ଜଣ, ସୁନ୍ଦରଗଡ଼ରୁ ୯ ଜଣ ଓ ଷ୍ଟେଟ ପୁଲରୁ ୩୨ ଜଣ
କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।