ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୩ କରୋନା ପଜିଟିଭ୍‌ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୩ କରୋନା ପଜିଟିଭ୍‌…

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୮ ଓ ସ୍ଥାନୀୟ ସଂକ୍ରମିତ ୫ଜଣ ଚିହ୍ନଟ ହୋଇଥିବା ବେଳେ ଆଜିର କରୋନା ମାମଲା ରାଜ୍ୟର ୪ଜିଲ୍ଲା ଓ ଷ୍ଟେଟପୁଲରୁ ଚିହ୍ନଟ ହୋଇଛି । ରାଜ୍ୟର ୨୬ ଜିଲ୍ଲା କରୋନା ମୁକ୍ତ ରହିଛି । ଚିହ୍ନଟ ୧୩ ସଂକ୍ରମିତଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷର ଜଣେ ଆକ୍ରାନ୍ତ ଥିବା କୁହାଯାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୬ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କଟକରୁ ୩ ଓ ଷ୍ଟେଟପୁଲରୁ ୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ସୁନ୍ଦରଗଡ଼ ଓ କଳାହାଣ୍ଡିରୁ ଜଣେ ଲେଖାଏଁ ଆକ୍ରାନ୍ତ ରହିଥିବା ଜଣାପଡ଼ିଛି । ଗୋଟିଏ ଦିନରେ ରାଜ୍ୟରେ ଆଉ ୧୦ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ସଂକ୍ରମଣ ତୁଳନାରେ ସୁସ୍ଥତା ସଂଖ୍ୟା ହ୍ରାସ ପାଇଥିବାରୁ ରାଜ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି । ରାଜ୍ୟରେ ମୋଟ୍ କରୋନା ସକ୍ରିୟ ଆକ୍ରାନ୍ତ ୯୩ଜଣ ରହିଛନ୍ତି ।