ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,(ଏସ୍ ନ୍ୟୁଜ୍): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭୭୫ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୫୬୭ ଜଣ ସ୍ଥାନୀୟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୭୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳରୁ ୩୦ ଜଣ, ବାଲେଶ୍ୱରରୁ ୫୯ ଜଣ, ବରଗଡ଼ରୁ ୮ ଜଣ, ଭଦ୍ରକରୁ ୪୦ ଜଣ, ବଲାଙ୍ଗୀରରୁ ୩ ଜଣ, କଟକରୁ ୧୬୪ ଜଣ, ଦେବଗଡ଼ରୁ  ୩  ଜଣ, ଢେଙ୍କାନାଳରୁ ୧୯ ଜଣ, ଗଜପତିରୁ ୪ ଜଣ, ଗଞ୍ଜାମରୁ ୯ ଜଣ, ଜଗତସିଂହପୁରରୁ ୭୮ ଜଣ, ଯାଜପୁରରୁ ୬୬ ଜଣ, କଳାହାଣ୍ଡିରୁ ୩ ଜଣ, କନ୍ଧମାଳରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୪୩ ଜଣ, କେଉଁଝରରୁ ୨୩ ଜଣ, ଖୋର୍ଦ୍ଧାରୁ ୪୭୭ ଜଣ, କୋରାପୁଟରୁ ୧୧ ଜଣ, ମାଲକାନଗିରିରୁ ୭ ଜଣ, ମୟୁରଭଞ୍ଜରୁ ୪୧ ଜଣ, ନବରଙ୍ଗପୁରରୁ ୨ ଜଣ, ନୟାଗଡ଼ରୁ ୨୮ ଜଣ, ନୂଆପଡ଼ାରୁ ୩ ଜଣ, ପୁରୀରୁ ୫୫ ଜଣ, ରାୟଗଡ଼ାରୁ ୧୮ ଜଣ, ସମ୍ୱଲପୁରରୁ ୧୮ ଜଣ, ସୋନପୁରରୁ ୪ ଜଣ, ସୁନ୍ଦରଗଡ଼ରୁ ୧୩ ଓ ଷ୍ଟେଟ ପୁଲରୁ ୧୦୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।