ଗତ ୨୪ ଘଣ୍ଟା ମଧ୍ୟରେ ୧୩୮ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୬୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୩୧ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୪ ଜଣ, ବାଲେଶ୍ୱରରୁ ୬ ଜଣ, ବଲାଙ୍ଗୀରରୁ ୩ ଜଣ, ବୌଦ୍ଧ ଜିଲ୍ଲାରୁ ୧, କଟକରୁ ୫ ଜଣ, ଦେବଗଡ଼ରୁ ୫ ଜଣ, ଗଜପତିରୁ ୧୮, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୧ ଜଣ, ଯାଜପୁରରୁ ୩ ଜଣ, ଝାରସୁଗୁଡ଼ାରୁ ୧୩ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, ଖୋର୍ଦ୍ଧାରୁ ୭ ଜଣ, କୋରାପୁଟରୁ ୩ ଜଣ, ମୟୁରଭଞ୍ଜରୁ ୧୧ ଜଣ, ନବରଙ୍ଗପୁରରୁ ୩ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୨ ଜଣ, ସମ୍ୱଲପୁରରୁ ୩୧ ଜଣ, ସୁନ୍ଦରଗଡ଼ରୁ ୧୧ ଜଣ ଓ ଷ୍ଟେଟ ପୁଲରୁ ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୫, ୪୮୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୪, ୪୨୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧,୯୨୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।