ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୭୧ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୭୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୯୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୭୩ ଜଣ ଚିହ୍ନଟ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୩୪ ପଜିଟିଭ୍ ରହିଥିବା ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ରାଜ୍ୟର ୩୦ ଜିଲ୍ଲାରୁ ୨୫ ଜିଲ୍ଲାରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୫ ଜିଲ୍ଲାରେ କୌଣସି କରୋନା ମାମଲା ଆସିନାହିଁ । ତେବେ ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଆକ୍ରାନ୍ତ ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୨୩ ଆକ୍ରାନ୍ତ ଚିହ୍ନଟ ହୋଇଛି ।

ଅନ୍ୟପଟେ ଆଜି ଗୋଟିଏ ଦିନରେ କରୋନାରୁ ଆଉ ୩୮୨ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାକୁ ମିଶାଇ ରାଜ୍ୟରେ ଏଯାଏ ମୋଟ୍ ସୁସ୍ଥ ହେଲେଣି ୧୨ଲକ୍ଷ ୭୩ ହଜାର ୩୦୪ ଆକ୍ରାନ୍ତ । ରାଜ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ହଜାର ୬୧୦ ରହିଛି । ସେହିପରି ରାଜ୍ୟରେ ଏଯାଏ ମୋଟ୍ ୧୨୮୫୦୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।