ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୧୭୫ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୦୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୭୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୩୦ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୫ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବରରୁ ୧ ଜଣ, ଭଦ୍ରକରୁ ୧ ଜଣ, କଟକରୁ ୧୨ ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୧ ଜଣ, ଗଜପତିରୁ ୩ ଜଣ, ଜଗତସିଂହପୁରୁ ୧ ଜଣ, ଯାଜପୁରରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୭ ଜଣ, ଖୋର୍ଦ୍ଧାରୁ ୮୨ ଜଣ, ମୟୂରଭଞ୍ଜରୁ ୧୨ ଜଣ, ପୁରୀରୁ ୬ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୪ ଜଣ, ସୋନପୁରରୁ ୪ ଜଣ, ସୁନ୍ଦରଗଡ଼ରୁ ୧୧ ଜଣ ଓ ଷ୍ଟେଟ ପୁଲରୁ ୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।