ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଚିହ୍ନଟ ହୋଇଥିବା ଆଜି ଆକ୍ରାନ୍ତଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷ ମଧ୍ୟରେ ରହିଛନ୍ତି ଜଣେ ଆକ୍ରାନ୍ତ…

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜିର ୨୨ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୩ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ୯ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ଆଜି ଆକ୍ରାନ୍ତଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷ ମଧ୍ୟରେ ରହିଛନ୍ତି ଜଣେ ଆକ୍ରାନ୍ତ ।

ଆଜିର କରୋନା ମାମଲା ରାଜ୍ୟର ୪ଜିଲ୍ଲା ଓ ଷ୍ଟେଟପୁଲରୁ ଚିହ୍ନଟ ହୋଇଛନ୍ତି । ୨୬ ଜିଲ୍ଲା କରୋନା ମୁକ୍ତ ରହିଛି । ଖୋର୍ଦ୍ଧାରୁ ସର୍ବାଧିକ ୧୬ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟପୁଲରୁ ୩, ବାଲେଶ୍ବର, ବଲାଙ୍ଗୀର ଓ ଜଗତସିଂହପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।