ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୨୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଛି କରୋନା ଜନିତ ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୨୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍‍ କରୋନା ଜନିତ ମୃତ୍ୟୁସଂଖ୍ୟା ୮ ହଜାର ୭୧୧କୁ ବୃଦ୍ଧି ପାଇଛି । ହେଲେ ରାଜ୍ୟରେ ବର୍ତ୍ତମାନ କରୋନା ସଂକ୍ରମଣ ହ୍ରାସ ପାଉଥିବା ଦେଖିବାକୁ ମିଳିଛି । ଗତକାଲି ୩ହଜାର ତଳେ କରୋନା ସଂକ୍ରମଣ ରହିଥିଲା । ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ଟିକାକରଣକୁ ମଧ୍ୟ ଜୋରଦାର କରାଯାଇଛି । ସଂକ୍ରମଣ ତୁଳନାରେ ରାଜ୍ୟରେ ବି ବଢ଼ୁଛି ସୁସ୍ଥତାଙ୍କ ସଂଖ୍ୟା।