ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୪୨୭ କରୋନା ସଂକ୍ରମିତ, ୪୨ ମୃତ

ଭୁବନେଶ୍ୱର,(ଏସ୍ ନ୍ୟୁଜ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୪୨୭ ଜଣ କରୋନା ଆକ୍ରାନ୍ତ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୯୫୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିବାବେଳେ ବାକି ୧୪୭୩ଟି ହେଉଛି ଲୋକାଲ୍‌ କେସ୍‌ । ଅନ୍ୟପକ୍ଷରେ ରାଜ୍ୟରେ ଆଉ ୪୨ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ ଆକ୍ରାନ୍ତ ମୃତ୍ୟୁବରଣ ହୋଇଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି ।

୩୪୨୭ ନୂଆ ଆକ୍ରାନ୍ତ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୫୩ ଜଣ ଥିବା ବେଳେ କଟକରୁ ୩୯୬, ଯାଜପୁରରୁ ୨୮୫ ଓ ବାଲେଶ୍ୱରରୁ ୨୬୧ ଜଣ ଚିହ୍ନଟ ହୋଇଛନ୍ତି ।ଅନୁଗୋଳ ଜିଲ୍ଲାରୁ ୧୩୮ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୫୨, ଭଦ୍ରକରୁ ୧୩୯, ବଲାଙ୍ଗିରରୁ ୪୦, ବୌଦ୍ଧରୁ ୩୧, ଦେବଗଡ଼ରୁ ୨୨, ଢେଙ୍କାନାଳରୁ ୭୮, ଗଜପତିରୁ ୨୭, ଗଂଜାମରୁ ୨୬, ଜଗତସିଂହପୁରରୁ ୧୦୮, ଝାରସୁଗୁଡ଼ାରୁ ୧୦, କଳାହାଣ୍ଡିରୁ ୩୫, କନ୍ଧମାଳରୁ ୪୧, କେନ୍ଦ୍ରାପଡ଼ାରୁ ୧୧୧, କେନ୍ଦୁଝରରୁ ୪୭, କୋରାପୁଟରୁ ୭୨, ମାଲକାନଗିରିରୁ ୩୮, ମୟୂରଭଂଜରୁ ୧୬୨, ନବରଙ୍ଗପୁରରୁ ୬୦, ନୟାଗଡ଼ରୁ ୧୪୨, ନୂଆପଡ଼ାରୁ ୨୦, ପୁରୀରୁ ୨୧୭, ରାୟଗଡ଼ାରୁ ୯୪, ସମ୍ବଲପୁରରୁ ୩୨, ସୁବର୍ଣ୍ଣପୁରରୁ ୩୦ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୭୮ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଷ୍ଟେଟ୍‌? ପୁଲ୍‌?ରୁ ୮୨ ଜଣ ଚିହ୍ନଟ ହୋଇଛନ୍ତି ।
ସେହିପରି ଆଉ ୪୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ ଅଛନ୍ତି । କଟକ, ଝାରସୁଗୁଡ଼ା, ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪ ଜଣ ଲେଖାଏଁ ଥିବା ବେଳେ ବରଗଡ଼, କେନ୍ଦ୍ରାପଡ଼ା, କୋରାପୁଟରୁ ୩ ଜଣ ଲେଖାଏଁ, ଅନୁଗୁଳ, ମାଲକାନଗିରି, ମୟୂରଭଂଜ ଓ ନୂଆପଡ଼ାରୁ ୨ ଜଣ ଲେଖାଏଁ ଏବଂ କଳାହାଣ୍ଡି, ରାୟଗଡ଼ା ଓ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।
୩୪୨୭ଟି ନୂଆ କେସ୍‌ ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୭୩ ହଜାର ୯୨୫ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୮ ଲକ୍ଷ ୨୯ ହଜାର ୮୫୧ ଜଣ ସୁସ୍ଥ ହୋଇସାରିଲେଣି । ୪୦ ହଜାର ୪୭୧ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି । ଅନ୍ୟପକ୍ଷରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୫୫୦କୁ ବୃଦ୍ଧି ପାଇଛି।