ରାଜ୍ୟର ଗତ ୨୪ ଘଣ୍ଟାରେ ଆଉ ୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ରାଧିକ ବୃଦ୍ଧି ପାଇଛି…

ଭୁବନେଶ୍ବର: ରାଜ୍ୟରେ ବଢ଼ୁଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରୁ ଆଉ ୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ସୂଚନା ଦେଇଛି । ଆଜିର ୪୧ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୪ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ୧୭ଜଣ ରହିଛନ୍ତି ।

ଚିହ୍ନଟ ହୋଇଥିବା ଆଜି ଆକ୍ରାନ୍ତଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୪ଜଣ ସଂକ୍ରମିତ ଥିବା କୁହାଯାଇଛି । ଗତକାଲି ରାଜ୍ୟରେ ୧୪ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ରାଧିକ ବୃଦ୍ଧି ପାଇଛି । ଆଜିର କରୋନା ମାମଲା ରାଜ୍ୟର ୮ଜିଲ୍ଲା ଓ ଷ୍ଟେଟପୁଲରୁ ଚିହ୍ନଟ ହୋଇଛନ୍ତି ।