ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୪୪୫ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର(ଏସ୍ ନ୍ୟୁଜ): ରାଜ୍ୟରେ ଦିନକୁ ଦିନ ରେକର୍ଡ ସୃଷ୍ଟି କରୁଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୪୪୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସଙ୍ଗରୋଧରୁ ୨୫୭୪ ଓ ସ୍ଥାନୀୟ ଅଞ୍ଚଳରୁ ୧୮୭୧ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ରହିଛି। ଆଜି ୧୩ଟି ଜିଲ୍ଲାରେ ୧୦୦ରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୭୨୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ୮୭, ବାଲେଶ୍ବରରୁ ୧୨୩, ବରଗଡ଼ରୁ ୧୭୮, ଭଦ୍ରକରୁ ୪୩, ବଲାଙ୍ଗୀରରୁ ୧୬୮, ବୌଦ୍ଧରୁ ୨୧, କଟକରୁ ୨୫୧, ଦେବଗଡ଼ରୁ ୩୫, ଢେଙ୍କାନାଳରୁ ୨୦, ଗଜପତିରୁ ୧୦, ଗଞ୍ଜାମରୁ ୬୨, ଜଗତ୍ସିଂହପୁରରୁ ୩୩, ଯାଜପୁରରୁ ୫୮, ଝାରସୁଗୁଡ଼ାରୁ ୨୩୧, କଳାହାଣ୍ଡିରୁ ୨୭୩, କନ୍ଧମାଳରୁ ୨୯, କେନ୍ଦ୍ରାପଡ଼ାରୁ ୩୫, କେନ୍ଦୁଝରରୁ ୭୫, ଖୋର୍ଦ୍ଧାରୁ ୫୮୭, କୋରାପୁଟ୍ରୁ ୨୧, ମାଲକାନଗିରିରୁ ୯, ମୟୂରଭଞ୍ଜରରୁ ୧୦୦, ନବରଙ୍ଗପୁରରୁ ୧୨୭, ନୟାଗଡ଼ରୁ ୫୦, ନୂଆପଡ଼ାରୁ ୪୩୭, ପୁରୀରୁ ୨୧୯, ରାୟଗଡ଼ାରୁ ୫୩, ସମ୍ବଲପୁରରୁ ୨୪୧, ସୋନପୁରରୁ ୨୨ ଓ ଷ୍ଟେଟ୍ ପୁଲରୁ ୧୨୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୭୨ହଜାର ୭୦୩ରେ ପହଞ୍ଚିଛି। ସେଥିମଧ୍ୟରୁ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୪୬ହଜାର ୧୩୪ ସକ୍ରିୟ ଅଛନ୍ତି। ଏବେ ୨୪ ହଜାର ୫୬୮ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।