ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୫୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,(ଏସ୍ ନ୍ୟୁଜ୍): ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୫୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭୩ ଜଣ ୧୮ ବର୍ଷରୁ କମ ବର୍ଗର ବୋଲି ଜଣାପଡ଼ିଛି । ଏହି ୪୫୭ ଜଣଙ୍କ ମଧ୍ୟରୁ ୨୬୫ ଜଣ କ୍ବାରାଣ୍ଟାଇନରୁ ଓ ୧୯୨ ଜଣ ସ୍ଥାନୀୟ ସଂକ୍ରମଣ ବୋଲି ସରକାରୀ ତଥ୍ୟରୁ ଜଣାପଡ଼ିଛି । ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୨୦୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଜାରି ତଥ୍ୟ ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୫ ଜଣ, ବାଲେଶ୍ୱରରୁ ୨୮ ଜଣ, ବରଗଡ଼ରୁ ୪ ଜଣ, ଭଦ୍ରକରୁ ୧୦ ଜଣ, ବଲାଙ୍ଗୀରରୁ ଜଣେ, କଟକରୁ ୪୪ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ଜଣେ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୮ ଜଣ, ଜଗତସିଂହପୁରରୁ ୧୦ ଜଣ, ଯାଜପୁରରୁ ୧୮ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ଜଣେ, କେନ୍ଦ୍ରାପଡ଼ା ଓ କେନ୍ଦୁଝରରୁ ୩ ଜଣ ଲେଖାଏଁ, କୋରାପୁଟରୁ ୪ ଜଣ, ମାଲକାନଗିରିରୁ ଜଣେ, ମୟୁରଭଞ୍ଜରୁ ୧୯ ଜଣ, ନବରଙ୍ଗପୁରରୁ ୪ ଜଣ, ନୟାଗଡ଼ରୁ ୪ ଜଣ, ପୁରୀ ଓ ରାୟଗଡ଼ାରୁ ୭ ଜଣ ଲେଖାଏଁ, ସମ୍ୱଲପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ ପୁଲରୁ ୪୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।