ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୯୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର(ଏସ୍ ନ୍ୟୁଜ): ରାଜ୍ୟରେ ସଂକ୍ରମିତ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୯୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ପୁରୀରେ ଜଣେ  ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି। ରାଜ୍ୟରେ ସମୁଦାୟ ପଜିଟିଭ ସଂଖ୍ୟା ୩,୪୪,୬୪୭ରେ ପହଞ୍ଚିଥିବା ବେଳେ ୩,୩୮,୪୧୬ ଜଣ ସୁସ୍ଥ ହୋଇ ସାରିଲେଣି। ରାଜ୍ୟରେ ଏବେ ୪୨୫୫ ଆକ୍ଟିଭ କେସ୍‌ ରହିଛି।

୭୯୧ ପଜିଟିଭ୍ ମଧ୍ୟରୁ କ୍ୱାରେଣ୍ଟିନରୁ ୪୫୯ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୩୩୨ ଚିହ୍ନଟ ହୋଇଛି । ସୁନ୍ଦରଗଡ଼ରୁ ସର୍ବାଧିକ ୧୪୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୧୮ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ ବରଗଡ଼ରୁ ୪୮, କଟକରୁ ୪୬, ସମ୍ବଲପୁରରୁ ୪୫ ଓ ପୁରୀରୁ ୪୩ ପଜିଟିଭ ଚିହ୍ନଟ ହୋଇଛନ୍ତି। କଳାହାଣ୍ଡିରୁ ୩୮, ଝାରସୁଗୁଡ଼ାରୁ୩୧, ନୂଆପଡ଼ାରୁ ୩୧ ଓ ଷ୍ଟେଟପୁଲରୁ ୨୭ ପଜିଟିଭ ଚିହ୍ନଟ ହୋଇଛନ୍ତି।