ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ ଜଣ ସଂକ୍ରମିତଙ୍କ ପ୍ରାଣହାନି

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୦୭୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୮ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ମୃତକଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଏବଂ ଯାଜପୁର, ମୟୂରଭଞ୍ଜ ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ଅଛନ୍ତି।