ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୪ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ

 ଭୁବନେଶ୍ୱର,(ଏସ୍ ନ୍ୟୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୪ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ କଟକ ଓ ପୁରୀ ଜିଲାରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୧୦୮କୁ ବୃଦ୍ଧିପାଇଛି। ରାଜ୍ୟରେ ସଂପ୍ରତି କରୋନା ସଂକ୍ରମଣ ଏବଂ କରୋନା ଜନିତ ମୃତ୍ୟୁ ହ୍ରାସ ପାଇବା ଆଶ୍ୱସ୍ତିର ବିଷୟ ହୋଇଛି।