୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କୋଭିଡରେ ୪ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଧୀରେଧୀରେ କରୋନା କମିବାରେ ଲାଗିଛି । ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ରାଜ୍ୟରେ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହୋଇଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୯୧୧୫କୁ ବୃଦ୍ଧି ପାଇଛି । ଆଜି ସୁନ୍ଦରଗଡ଼ରୁ ୩ ଜଣ ଓ କନ୍ଧମାଳ ଜିଲ୍ଲାରୁ ଜଣେ ମୃତ୍ୟୁବରଣ କରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।