୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର,(ସାକ୍‌ସୀ ନ୍ୟୁଜ୍‌): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୧୫୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୭ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, ଅନୁଗୁଳ, କଟକ, ଜଗତସିଂହପୁର, ନବରଙ୍ଗପୁର, ପୁରୀ, ସୁନ୍ଦରଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି।