ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩ଜଣଙ୍କର କରୋନା ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ପୁଣି ଥରେ ଧୀରେଧୀରେ କରୋନା ବଢ଼ିବାରେ ଲାଗିଛି । ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି ।

ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ଗତ କିଛିଦିନ ତଳେ ସଂକ୍ରମଣ ୧୫ରୁ ୨୦ଟି ଜିଲ୍ଲା ମଧ୍ୟରେ ସୀମିତ ରହୁଥିବା ବେଳେ ଏବେ ଏହା ରାଜ୍ୟବ୍ୟାପୀ ମାଡ଼ିଗଲାଣି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩ଜଣଙ୍କର ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ୨ ଜଣ ଓ ଅନୁଗୁଳରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।