ଭୁବନେଶ୍ୱର,(ଏସ୍ ନ୍ୟୁଜ): ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଥିବା, ଦୈନିକ କରୋନା ସଂକ୍ରମଣ ୪ ହଜାର ତଳକୁ ଖସି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩,୪୦୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୧୯୪୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୪୬୩ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।
ଗତ ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୦୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ୧୮୩ଜଣ, ବାଲେଶ୍ୱରରୁ ୨୯୬ଜଣ, ବରଗଡ଼ରୁ ୬୬ ଜଣ, ଭଦ୍ରକରୁ ୧୭୯ଜଣ, ବଲାଙ୍ଗୀରରୁ ୧୮ ଜଣ, ବୌଦ୍ଧରୁ ୫୯ଜଣ, କଟକରୁ ୨୩୦ଜଣ, ଦେବଗଡରୁ ୨୩ ଜଣ, ଢେଙ୍କାନାଳରୁ ୫୪ଜଣ, ଗଜପତିରୁ ୫୮ ଜଣ, ଗଞ୍ଜାମରୁ ୩୬ ଜଣ, ଜଗତସିଂହପୁରରୁ ୧୨୯ ଜଣ, ଯାଜପୁରରୁ ୩୯୧ ଜଣ, ଝାରସୁଗୁଡାରୁ ୯ ଜଣ, କଳାହାଣ୍ଡିରୁ ୫୪ ଜଣ, କନ୍ଧମାଳରୁ ୫୫ ଜଣ, କେନ୍ଦ୍ରାପଡାରୁ ୭୩ଜଣ, କେଉଁଝରରୁ ୮୯ଜଣ, କୋରାପୁଟରୁ ୬୩ ଜଣ, ମାଲକାନଗିରିରୁ ୭୨ଜଣ, ମୟୁରଭଞ୍ଜରୁ ୧୮୭ଜଣ, ନବରଙ୍ଗପୁରରୁ ୮୩ ଜଣ, ନୟାଗଡ଼ରୁ ୯୭ଜଣ, ନୂଆପଡ଼ାରୁ ୨୮ ଜଣ, ପୁରୀରୁ ୧୪୧ଜଣ, ରାୟଗଡାରୁ ୪୫ଜଣ, ସମ୍ୱଲପୁରରୁ ୩୮ଜଣ, ସୋନପୁରରୁ ୨୫, ସୁନ୍ଦରଗଡରୁ ୪୮ ଓ ଷ୍ଟେଟ ପୁଲରୁ ୭୬ଜଣକରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ସେହିପରି ଆଉ ୪୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ କଟକ, ଝାରସୁଗୁଡ଼ା, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରୁ ସର୍ବାଧିକ ୪ ଜଣ ଲେଖାଏଁ ଅଛନ୍ତି। ସେହିପରି ବରଗଡ଼, ଜଗତସିଂହପୁର, କଳାହାଣ୍ଡି ଓ ରାୟଗଡ଼ାରୁ ୩ ଜଣ ଲେଖାଏଁ, ଗଞ୍ଜାମ, କେନ୍ଦୁଝର, ମାଲକାନଗିରି ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ ଏବଂ ବାଲେଶ୍ୱର, ବଲାଙ୍ଗିର, ଦେବଗଡ଼, କେନ୍ଦ୍ରାପଡ଼ା, ନୂଆପଡ଼ା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୪୩କୁ ବୃଦ୍ଧି ପାଇଥିବା ବେଳେ ବାଲେଶ୍ୱରରେ ୧୨୨, ବରଗଡ଼ରେ ୭୯, ବଲାଙ୍ଗିରରେ ୭୪, କଟକରେ ୨୧୭, ଦେବଗଡ଼ରେ ୨୯, ଗଞ୍ଜାମରେ ୩୦୨, ଜଗତସିଂହପୁରରେ ୬୧, ଝାରସୁଗୁଡ଼ାରେ ୯୧, କଳାହାଣ୍ଡିରେ ୧୫୨, କେନ୍ଦ୍ରାପଡ଼ାରେ ୬୭, କେନ୍ଦୁଝରରେ ୬୫, ମାଲକାନଗିରିରେ ୩୬, ନୂଆପଡ଼ାରେ ୬୪, ପୁରୀରେ ୧୭୯, ରାୟଗଡ଼ାରେ ୧୩୩, ସମ୍ବଲପୁରରେ ୧୦୦ ଓ ସୁନ୍ଦରଗଡ଼ରେ ୩୧୨କୁ ବୃଦ୍ଧି ପାଇଛି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୮,୫୯ ,୫୨୬ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ୮,୦୪,୯୮୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୫୧, ୧୦୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।