୨୪ ଘଣ୍ଟାରେ ରାଜ୍ୟରେ ଆଉ ୨୧ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କମୁନି କରୋନା ଜନିତ ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୨୧ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜିର ମୃତକଙ୍କ ମଧ୍ୟରେ ସର୍ବାଧିକ ଆକ୍ରାନ୍ତଙ୍କ ମୃତ୍ୟୁ ଯାଜପୁର ଓ ମୟୂରଭଞ୍ଜ ଜିଲ୍ଲାରୁ ହୋଇଛି । ଏହି ଦୁଇ ଜିଲ୍ଲାରୁ ୩ଜଣ ଲେଖାଏଁ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି ।

ସେହିପରି କଟକ, ବାଲେଶ୍ୱର ଓ ସୁନ୍ଦରଗଡ଼ରୁ ୨ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ଜୀବନ ଯାଇଛି । ଖୋର୍ଦ୍ଧା, ଜଗତସିଂହପୁର, ଢ଼େଙ୍କାନାଳ, ଗଞ୍ଜାମ ଓ ଭଦ୍ରକରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କେନ୍ଦୁଝର, କେନ୍ଦ୍ରାପଡ଼ା, ପୁରୀ ଓ ନୂଆପଡ଼ାରୁ ମଧ୍ୟ ଜଣେ ଲେଖାଏଁ କରୋନାରେ ପ୍ରାଣ ହରାଇଛନ୍ତି ।